Latest Odisha News

ରାଜ୍ୟରେ ଆହୁରି ୩ ଡିଗ୍ରୀ ବଢିବ ରାତି ତାପମାତ୍ରା, ୨୦ ଯାଏଁ ଜାରି ରହିବ ଘନ କୁହୁଡି

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ରାତି ତାପମାତ୍ରା ବୃଦ୍ଧି ହେତୁ ଶୀତର ପ୍ରକୋପ କମୁଛି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀରୁ ଅଧିକ ରହିଛି ରାତି ତାପମାତ୍ରା । ଆହୁରି ତିନି ଡିଗ୍ରୀ ବଢିବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ । ହେଲେ ଏପର୍ଯ୍ୟନ୍ତ କୁହୁଡିରୁ ନିସ୍ତାର ମିଳିନି । ଏବେବି ଅନେକ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳୁଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ମଧ୍ୟ ଘନ କୁହୁଡ଼ି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖା ଦେଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଯାହାକୁ ନେଇ ୪ ଜିଲ୍ଲାକୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର । ଗାଡି ଚଳାଚଳ ଉପରେ ନଜର ରଖିବାକୁ ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ପରାମର୍ଶ ଦିଆଯାଇଛି ।

ବାୟୁମଣ୍ଡଳରେ ଅଧିକ ଧୂଳିକଣା ଓ ଆର୍ଦ୍ରତା ଯୋଗୁ କୁହୁଡି ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହିପାଗ ଆହୁରି ଦୁଇଦିନ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ରବିବାର ସକାଳୁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହେବ ।

Leave A Reply

Your email address will not be published.