Latest Odisha News

BREAKING NEWS

ପଶ୍ଚିମବଙ୍ଗ ନୁହେଁ ବରଂ ଉତ୍ତରପ୍ରଦେଶରୁ ଓଡିଶାକୁ ଆସିଲା ଆଳୁ, ଯୋଗାଣ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର: ଓଡିଶାରେ ସମାଧାନ ହେବ ଆଳୁ ସଙ୍କଟ । ଆଳୁ ସଙ୍କଟର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏଥର ପଶ୍ଚିମବଙ୍ଗ ନହେଁ ବରଂ ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ବ୍ୟବସ୍ଥା କରାଯାଉଥିବା କହିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।

ଆଜି ଲୋକସେବା ଭବନରେ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ରହିଛି । ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା କରିବୁ ଯଦି ଏଥିରେ କିଛି ସୁଫଳ ନମିଳେ ତେବେ ଉତ୍ତରପ୍ରଦେଶରୁ ଆଳୁ ଆଣିବୁ ।

ବର୍ତ୍ତମାନ ପାଇଁ ଆଜି ଉତ୍ତରପ୍ରଦେଶରୁ କିଛି ଟ୍ରକ୍ ଆଳୁ ଓଡ଼ିଶା କୁ ଅଣାଯାଇଛି । ଆଗକୁ ମଧ୍ୟ ଉତ୍ତରପ୍ରଦେଶରୁ ଆଳୁ ଆସିବ । ଏନେଇ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୁଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି ।

ତେବେ ଏହି ବୈଠକରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମେତ ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓ ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.