Latest Odisha News

BREAKING NEWS

‘ବନକଲାଗି ନୀତି’ ପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି।

 

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ଟା ରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

 

ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି।

Comments are closed.