Latest Odisha News

ପ୍ରଥମ ଥର ଓଡ଼ିଶା ଜନଜାତି ଶିଳ୍ପୀମାନେ ବିଦେଶ ମାଟିରେ

ଦୁବାଇରେ ପ୍ରଦର୍ଶନୀ ଉଦ୍‌ଘାଟନ ପାଇଁ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଓଡ଼ିଶାର ୧୫ ଜଣ ଜନଜାତି ଶିଳ୍ପୀ ଦୁବାଇଠାରେ ଆଦିବାସୀ ଜୀବନୀ ଓ ଚାଲିଚଳଣି ଚିତ୍ର ଅଙ୍କନ କରୁଛନ୍ତି । ପ୍ରଥମ ଥର ପାଇଁ ବିଦେଶ ମାଟିରେ, ହ୍ୟାଟ ପ୍ଲେସ ଦୁବାଇ ଅଲ ରିଗାଠାରେ ୩ ଦିନ ଧରି ଓଡ଼ିଶାର ସୁପ୍ରସିଦ୍ଧ ସୌରା ଚିତ୍ର, ସାନ୍ତାଳ, କନ୍ଧ, ପରଜା, ହୋ ଓ କୋହ୍ଲ ଆଦି ସମ୍ପ୍ରଦାୟର ଜନଜାତି ଚିତ୍ରକଳା ଅଙ୍କନ କରୁଥିବାରୁ ଶିଳ୍ପୀମାନଙ୍କୁ ସମସ୍ତେ ପ୍ରଶଂସା କରୁଛନ୍ତି ।

ଏହି ପ୍ରଦର୍ଶନୀକୁ ଭାରତର କନ୍‌ସୁଲ୍‌ ଜେନେରାଲ ସତିଶ କୁମାର ଶିବମ୍‌, ଏକାଡେମୀର ସଭାପତି ତଥା ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ମଧୂସୁଦନ ଦାସ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିବେ । ଏକାଡ଼େମୀର ସଚିବ ପଞ୍ଚାନନ ସାମଲ ଶିବିରକୁ ପରିଚାଳନା କରିଛନ୍ତି ।

 

 

Leave A Reply

Your email address will not be published.