ଭୁବନେଶ୍ଵର: ଓଡ଼ିଶାରେ ପ୍ରଥମ ଥର ପାଇଁ ୧୦ଟି ଦ୍ବୀପରେ ହେବ ଗଣତନ୍ତ୍ର ଦିବସ । ଏନେଇ ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଂଜୟ କୁମାର । ଦ୍ୱୀପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ସିନିୟର୍ ଅଫିସର ସବୁ ଦ୍ୱୀପକୁ ଯାଇ ସର୍ଭେ ସହ ଫଟୋଗ୍ରାଫି କରିବେ ବୋଲି କହିଛନ୍ତି ଏଡିଜି ସଂଜୟ କୁମାର ।
ସେପଟେ ଚଳିତବର୍ଷ ପରେଡ୍ରେ ଆର୍ମି, ବିଏସ୍ଏଫ୍ ଓ ପୋଲିସ ସାମିଲ ହେବେ । ଭୁବନେଶ୍ବରରେ ମୋଟ ୪୮-୪୯ କଣ୍ଟିଜେଣ୍ଟ ପରେଡ୍ରେ ସାମିଲ ହେବେ । ସେପଟେ ସୁରକ୍ଷା ବ୍ୟବସ୍ଥା ଉପରେ ପୁରା ନଜର ରଖାଯାଇଛି । ସବୁ ପୋଲିସ ଅଧୀକ୍ଷକଙ୍କୁ ଆଲର୍ଟ କରାଯାଇଛି ବୋଲି କହିଛନ୍ତି ଏଡିଜି ସଂଜୟ କୁମାର ।
ତେବେ ଚଳିତ ଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ଼ର ନେତୃତ୍ୱ ନେଇଛନ୍ତି ଯୁବ ଆଇପିଏସ୍ ଭୋସଲେ ଶୁଭମ ସଞ୍ଜୟ। ସେ ଏବେ ସମ୍ବଲପୁର ଅତିରିକ୍ତ ଏସ୍ପି ଭାବେ କାର୍ଯ୍ୟ ତୁଲାଉଛନ୍ତି । ଏଥର ପରେଡ଼୍ରେ CRPF, ୧୨୦ ବାଟାଲିୟନ, ଆଇଟିବିପି, ଏଏସବିଏନ୍, ଅଗ୍ନିଶମ, ଏସଓଜି ସମେତ ୪୫ଟି ଟ୍ରୁପ୍ ଭାଗ ନେବେ । ଚଳିତବର୍ଷ ପରେଡରେ ୫୦ରୁ ଅଧିକ ଟ୍ରୁପ୍ ସାମିଲ ହେବେ। ପରେଡ୍ ଅଞ୍ଚଳରେ ୧୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ସହ ସିସିଟିଭି ନଜରରେ ରହିବ। ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ଅଭିବାଦନ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।
Comments are closed.