ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ପରଲୋକ । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି କରେନ୍ଦ୍ର ମାଝୀ । ସେ ବାଲିଗୁଡ଼ା ବିଧାନସଭା ଆସନରୁ ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।
କୁଟିଆ କନ୍ଧ ସମ୍ପ୍ରଦାୟରୁ ଆସୁଥିବା କରେନ୍ଦ୍ର ଥିଲେ ତାଙ୍କ ସମ୍ପ୍ରଦାୟର ପ୍ରଥମ ପୋଷ୍ଟ ଗ୍ରାଜୁଏଟ୍ । ଏହାଛଡ଼ା କୁଟିଆ କନ୍ଧଙ୍କ କୁଇ ଭାଷାରେ ସେ ୩ଟି ବହି ମଧ୍ୟ ଲେଖିଥିଲେ।
ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା…
— Mohan Charan Majhi (@MohanMOdisha) August 24, 2025
ଅନ୍ୟପଟେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।

ସୂଚନାଥାଉକି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାପିଟାଲ ହସ୍ପିଟାଲରେ ବାଲିଗୁଡ଼ାର ପୂର୍ବତନ ବିଧାୟକ ସ୍ବର୍ଗତ କରେନ୍ଦ୍ର ମାଝୀଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
Comments are closed.