Latest Odisha News

BREAKING NEWS

ପରଲୋକରେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନା

ବ୍ରହ୍ମଗିରି: ପରଲୋକରେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନା । ବ୍ରହ୍ମଗିରିର ପୂର୍ବତନ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଥିଲେ ଅଜୟ । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ମୃତ୍ୟୁ ଘଟିଛି।

ବିଜୁ ଜନତା ଦଳରୁ ଦୁଇ ଦୁଇ ଥର ଟିକେଟ ପାଇ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଅଜୟ । ପରେ ସରକାରୀ ଦଳର ମୁଖ୍ୟ ସଚେତକ ଦାୟିତ୍ଵରେ ଥିଲେ ସେ । ୧୯୪୩ ମସିହା ଜୁଲାଇ ୨୭ ତାରିଖରେ ସେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ତିତିପ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ପୂର୍ବତନ ବିଧାୟକ ଅଜୟ କୁମାର ଜେନା । ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.