Latest Odisha News

BREAKING NEWS

ପୂର୍ବତନ ପ୍ରଶାସକ ଗୋପବନ୍ଧୁ ଦାଶ ନବୀନଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଦାଶଙ୍କୁ ରାଜନୈତିକ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ।

ଏନେଇ ଆଜି ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ।

ଏହି କାର୍ଯ୍ୟଭାର ଗ୍ରହଣ କରିବା ପୂର୍ବରୁ ଶ୍ରୀଯୁକ୍ତ ଦାଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିୟୋଜିତ ହୋଇଥିଲେ । ଆହୁରି ମଧ୍ୟ ସେ ନିଜ କାର୍ଯ୍ୟରୁ ଅବସର ନେବା ପୂର୍ବରୁ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରୁଥିଲେ ।

Leave A Reply

Your email address will not be published.