Latest Odisha News

ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଘରୁ ମିଳିଲା ପୁଳାପୁଳା ସୁନା ଅଳଙ୍କାର ଓ ବିଦେଶୀ ମୁଦ୍ରା

ଭୁବନେଶ୍ୱର: ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି।  ପୂର୍ବତନ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଚାଲିଛି ରେଡ୍। ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ରେଡ୍ କରିବାକୁ ଭିଜିଲାନ୍ସ ସ୍ଵତନ୍ତ୍ର ଅଦାଲତ ୱାରେଣ୍ଟ ଜାରି କରିଥିଲେ।

ଭୁବନେଶ୍ବର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବରର ନୟାପଲ୍ଲୀ ଓ କସମପୋଲିସର ୨ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ। ଚଢାଉରେ ୪୦ରୁ ଅଧିକ ଅଧିକାରୀ ସାମିଲ ହୋଇଛନ୍ତି। ୧୨ ଡିଏସପି, ୧୨ ଇନ୍ସପେକ୍ଟର ଓ ୧୬ ଜଣ ଏଏସଆଇଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ନେଇ ଚାଲିଛି ବିଭିନ୍ନ ସ୍ଥାନରେ ରେଡ୍। ତାରା ପ୍ରସାଦ ମିଶ୍ରଙ୍କ ଘରୁ ମିଳିଛି ପୁଳାପୁଳା ସୁନା ଅଳଙ୍କାର, ସୁନା ବିସ୍କୁଟ୍, କଏନ୍, ଭିନ୍ନ ଭିନ୍ନ ଡିଜାଇନ୍‌ର ଦାମୀ ଘଣ୍ଟା ଏବଂ ବହୁ ବିଦେଶୀ ମୁଦ୍ରା।

ଭୁବନେଶ୍ଵର ନୟାପଲ୍ଲୀ ଅର୍ପଣ ଆପାର୍ଟମେଣ୍ଟରେ ଥିବା ବାସଭବନରେ ଚାଲିଛି ରେଡ। ଏହାସହ ଭୁବନେଶ୍ଵର କସମୋପଲିସରେ ଥିବା ଦୁଇଟି ଫ୍ଲାଟ, ଝାରସୁଗୁଡ଼ାରେ ଥିବା ଆଶିଆନା ଆପାର୍ଟମେଣ୍ଟରେ ଥିବା ୩ଟି ଫ୍ଲାଟ ଏବଂ କଟକ ଆଠଗଡରେ ଥିବା ପୈତୃକ ଘର ଏବଂ ଜଣେ ସମ୍ପର୍କୀୟଙ୍କ ଘରେ ରେଡ କରୁଛି ଭିଜିଲାନ୍ସ। ଭୁବନେଶ୍ଵର ନୟାପଲ୍ଲୀ ନୀଳକଣ୍ଠନଗରରେ ଥିବା ଜଣେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ରେଡ କରୁଛି।

 

Comments are closed.