Latest Odisha News

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ

ନୂଆଦିଲ୍ଲୀ : ଭାରତୀୟ ରାଜନୀତିର କିମ୍ବଦନ୍ତୀ ପୁରୁଷ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହୋଇପଡିଛି । ସୂଚନା ଅନୁଯାୟୀ ଗତ ଜୁନ୍ ୧୧ ତାରିଖରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

ଡକ୍ଟରଙ୍କ କହିବାନୁଯାୟୀ ଏଯାଏଁ ତାଙ୍କ ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ପରିଲିକ୍ଷିତ ହୋଇନାହିଁ । ୯୩ ବର୍ଷିୟ ଏହି ପ୍ରଖ୍ୟାତ ନେତାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଲାଇଫ୍ ସର୍ପୋଟ ସିଷ୍ଟମରେ ରଖାଯାଇଛି ।

ତେବେ ବହୁ ବରିଷ୍ଠ ରାଜନୈତିକ ନେତାମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିବାବେଳେ ଉପରାଷ୍ଟ୍ରପତି ଏମ୍ସ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଡାକ୍ଟରଙ୍କ ସହ ଆଲୋଚନା କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ଜାଣିବା ପାଇଁ ଦିଲ୍ଲୀଗସ୍ତ କରିଛନ୍ତି ।

Leave A Reply

Your email address will not be published.