Latest Odisha News

ପୂର୍ବତନ ବୈଦେଶିକ ମନ୍ତ୍ରୀ କେ. ନଟୱର ସିଂଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ମନ୍ତ୍ରୀ କେ. ନଟୱର ସିଂଙ୍କ ଦେହାନ୍ତ । ଗୁରଗ୍ରାମ୍‌ର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନ ସିଂହ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନଟୱର ସିଂ। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ଆଜି ଦିଲ୍ଲୀରେ ତାଙ୍କର ଅନ୍ତିମ ସଂସ୍କାର ଅନୁଷ୍ଠିତ ହେବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି। ନଟୱର ସିଂଙ୍କ ସମ୍ପୂର୍ଣ୍ଣ ନାମ କୁୱଁର ନଟୱର ସିଂ। ପୂର୍ବତନ କଂଗ୍ରେସ ସାଂସଦ ତଥା ରାଜ୍ୟସଭା ସଦସ୍ୟ ନଟୱର ସିଂ ୨୦୦୪-୦୫ ମସିହାରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ୟୁପିଏ ସରକାରରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଥିଲେ।

ସେ ୧୯୬୬ରୁ ୧୯୭୧ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟାଳୟ ସହିତ ଜଡିତ ଥିଲେ। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ବରିଷ୍ଠ ନେତା ମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ନଟୱର ସିଂଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି।

Comments are closed.