Latest Odisha News

BREAKING NEWS

ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ। ଆଜି ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି। ଏହି ଦୁଃଖଦ ଘଟଣାରେ ରାଜ୍ଯପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଚନ୍ଦ୍ରକାନ୍ତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ ସାରା ରାଜ୍ୟ ବାସୀଙ୍କ ପ୍ରିୟ ହୋଇ ପାରିଥିଲେ।
ତାଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି।

ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ୧୦ ଡିସେମ୍ବର ୧୯୨୮ରେ ଜନ୍ମଗ୍ରହଣ କରିଥିଲେ। ସେ ଜାତୀୟ କଂଗ୍ରେସର ଜଣେ ପ୍ରମୁଖ ନେତା ଥିଲେ ଏବଂ ତିନି ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଜଣେ ବରିଷ୍ଠ ଓକିଲ ଭାବରେ ସେ ଦୁଇଥର ସୁପ୍ରିମ୍ କୋର୍ଟ ବାର୍ ଆସୋସିଏସନର ନେତୃତ୍ୱ ନେଇଥିଲେ। ୨୦୦୭ରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇ ୨୦୧୩ ପର୍ଯ୍ୟନ୍ତ ସେ ଏହି ପଦରେ ରହିଥିଲେ। ଚନ୍ଦ୍ରକାନ୍ତେ ଭଣ୍ଡାରେ ମାର୍ଚ୍ଚ ୨୦୨୪ରେ ରିଲିଜ ହୋଇଥିବା “ଦ ଆର୍କ ଅଫ୍ ମେମୋରୀ” ନାମକ ଏକ ଆତ୍ମଜୀବନୀ ମଧ୍ୟ ଲେଖିଥିଲେ ।

Leave A Reply

Your email address will not be published.