Latest Odisha News

BREAKING NEWS

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଫୁସଫୁସ୍‌ ଜନିତ ସମସ୍ୟାରେ ପୀଡ଼ିତ ଥାଇ କିଛି ଦିନ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।

ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ । ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ । ପ୍ରଥମେ ୨୪ ଜୁଲାଇ ୧୯୯୦ରୁ ୪ ଜାନୁଆରୀ ୧୯୯୩ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଏହାପରେ ସେ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ପର୍ଯ୍ୟନ୍ତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

୧୦ମ ଓଡ଼ିଶା ବିଧାନସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

 

Leave A Reply

Your email address will not be published.