ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲାର ପୂର୍ବତନ କୋକସରା ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ଭୁବନେଶ୍ୱରରେ ପୁଅ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ବାସ ଭବନରେ ତାଙ୍କର ପରଲୋକ ହୋଇଛି ।କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କର ମୃତ୍ୟୁ ହୋଇଯାଇଛି । ରୋଶନୀ ସିଂହଦେଓ ଦୁଇ ଥର କୋକସରା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ରହିଥିଲେ । ସେ ୧୯୯୫ ରୁ ୨୦୦୪ ପର୍ଯ୍ୟନ୍ତ କୋକସରା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ସ୍ୱର୍ଗତ ବିଧାୟିକା ରୋଶନୀ ସିଂହଦେଓ ୧୯୪୦ ମସିହାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ବିୟୋଗ ଖରବ ଶୁଣି କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.