Latest Odisha News

BREAKING NEWS

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ୍‌ ହେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା । ଶଙ୍ଖ ଭବନକୁ ଆସି ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଗଣେଶ୍ୱର । ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା ।

କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ ଗଣେଶ୍ଵର ବେହେରା । ଦୀର୍ଘ ବର୍ଷ ଧରି କଂଗ୍ରେସ ପାଇଁ ସକ୍ରିୟ ଭାବେ କାର୍ଯ୍ୟଭାର ତୁଲାଇଥିଲେ ଗଣେଶ୍ଵର । କଂଗ୍ରେସରୁ ସେ ବିଧାୟକ ଓ ମନ୍ତ୍ରୀ ମଧ୍ୟ ହୋଇଥିଲେ । କିନ୍ତୁ ଗତ କିଛି ଦିନ ହେବ ଦଳରେ ତାଙ୍କୁ ଅଣଦେଖା କରାଯିବା ସହ ଟିକେଟ ନମିଳିବାରୁ ସେ ଦଳ ଛାଡିଥିଲେ ।

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୫ ରୁ ୧୯୯୦ ଓ ୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ ।

 

 

Leave A Reply

Your email address will not be published.