Latest Odisha News

BREAKING NEWS

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ରାଉତଙ୍କର ଶୁକ୍ରବାର ଦିନ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ୭୭ ବର୍ଷରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ।

ସ୍ବର୍ଗତ ଜଗନ୍ନାଥ ରାଉତ ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ରାଜ୍ୟର ଶିଳ୍ପ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ନଗର ଉନ୍ନୟନ ଭଳି ପ୍ରମୁଖ ବିଭାଗରେ ସେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

ସ୍ୱର୍ଗତଃ ରାଉତ ଭଦ୍ରକ ଜିଲ୍ଲାର ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଦଳରୁ ୩ଥର ନିର୍ବାଚିତ ହୋଇ ରାଜ୍ୟ ମନ୍ତ୍ରୀମଣ୍ଡଳରେ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି । ତାଙ୍କର ମୃତ୍ୟୁରେ ଧାମନଗର ବ୍ଲକର ଧୁଷୁରୀ ଅନ୍ତର୍ଗତ ନରସିଂହପୁର ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

ସ୍ବର୍ଗତ ରାଉତ ୧୯୮୯ରୁ ୧୯୯୦ ଯାଏଁ ଶିଳ୍ପ ମନ୍ତ୍ରୀ, ୧୯୯୫ରୁ ୧୯୯୮ ମସିହା ଯାଏଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ୧୯୯୮ରୁ ୧୯୯୯ ଯାଏଁ ସହରାଞ୍ଚଳ ବିକାଶ ମନ୍ତ୍ରୀ ଭାବେ ଦାୟିତ୍ଵ ନିର୍ବାହ କରିଥିଲେ। ସେ ବାଲେଶ୍ବର ଓ ଭଦ୍ରକ ଜିଲ୍ଲା କଂଗ୍ରେସର ସଭାପତି ଦାୟିତ୍ବ ବି ନିବର୍ବାହ କରିଥିଲେ।

Leave A Reply

Your email address will not be published.