Latest Odisha News

BREAKING NEWS

ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

ଭୁବନେଶ୍ୱର : ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବିଜେପି ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପାର୍ଟି ହେଡକ୍ୱାର୍ଟରରେ ଆୟୋଜିତ ସଭାରେ ସଞ୍ଜୀବ ସାହୁ ତାଙ୍କର ୧୦୦ ଜଣ ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି । ସେ ନଭେମ୍ବର ୩ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିଲେ ।

ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪ ମସିହାରେ ସଞ୍ଜୀବ ସାହୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।୨୦୦୯ ମସିହାରେ ସେ ୧୮ହଜାର ୯୮୧ ଖଣ୍ଡ ଭୋଟ୍‌ରେ କଂଗ୍ରେସର ମୌସୁମୀ ପ୍ରଧାନଙ୍କୁ ପରାସ୍ତ କରିଥିଲେ । ୨୦୧୪ ମସିହାରେ କଂଗ୍ରେସର ସୁରେନ୍ଦ୍ର କୁମାର ପ୍ରଧାନଙ୍କୁ ୧୯ ହଜାର ୫୩୩ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଥିଲେ । ତଥାପି ୨୦୧୯ ମସିହାରେ ବିଜେଡ଼ି ସଞ୍ଜୀବଙ୍କ ବଦଳରେ ରମେଶ ଚନ୍ଦ୍ର ସାଏଙ୍କୁ ଟିକେଟ୍‌ ଦେଇଥିଲା । ଏହା ପରଠୁ ସଞ୍ଜୀବ ବିଜେଡି ଉପରେ ଅସନ୍ତୁଷ୍ଟ ଥିଲେ ।

 

Leave A Reply

Your email address will not be published.