Latest Odisha News

BREAKING NEWS

ପୂର୍ବତନ ବିଧାୟକ ସତ୍ୟ ଭୂଷଣଙ୍କ ପରଲୋକ;ବିଭିନ୍ନ ମହଲରୁ ଗଭୀର ଶୋକପ୍ରକାଶ

ପଦ୍ମପୁର:ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ପୂର୍ବରୁ ୩ ଥର କଂଗ୍ରେସ ଟିକେଟରେ ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ ଜିତି ବିଧାନସଭାରେ ବିଧାୟକ ଭାବେ ଯୋଗ ଦେଇଥିଲେ । ଏଥିସହ ବିଧାନସଭାର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ । ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତି ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସ୍ବର୍ଗତ ସାହୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ସୂଚନାଥାଉକି, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା । ସତ୍ୟଭୂଷଣ ସାହୁ ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ପଦ୍ମପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇ ତିନିଥର ଓଡ଼ିଶା ବିଧାନ ସଭାକୁ ପ୍ରତିନିଧିତ୍ୱ କରିଥିଲେ । ୨୦୦୪ରୁ ୨୦୦୬ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନସଭାରେ କଂଗ୍ରେସ ବିଧାୟକ ଦଳର ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିଲେ ।

ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ପଦ୍ମପୁର ଅଞ୍ଚଳର ରାଜନୈତିକ, ସାମାଜିକ ଓ କଂଗ୍ରେସ ମହଲରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ମହଲରୁ ତାଙ୍କ ବିୟୋଗରେ ଶୋକପ୍ରକାଶ କରାଯାଇଛି । ସେହିପରି ଏକ ଶୋକ ବାର୍ତ୍ତାରେ ବାଚସ୍ପତି ଜଣାଇଛନ୍ତି ଯେ, ସ୍ବର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ । ପଦ୍ମପୁର ଅଂଚଳର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ଏଥି ସହ ବିଧାନସଭାରେ ମୁଖ୍ୟ ସଚେତକ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି ।

Leave A Reply

Your email address will not be published.