Latest Odisha News

BREAKING NEWS

ଡାକ୍ତରଖାନାରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ ରବିବାର ରାତିରେ ଅସୁସ୍ଥତା ଯୋଗୁଁ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବା ଯୋଗୁଁ ଚିକିତ୍ସା ନିମନ୍ତେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି ।

ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି ଯେ, ରବିବାର ରାତି ୯ଟା ସମୟରେ ଛାତିରେ ଯନ୍ତ୍ରଣା ଯୋଗୁଁ ଶ୍ରୀ ସିଂହଙ୍କୁ ଚିକିତ୍ସା ନିମନ୍ତେ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଏମ୍ସର ହୃଦରୋଗ ପ୍ରଫେସର ଡଃ ନିତିଶ ନାଏକଙ୍କ ତତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି ।

Leave A Reply

Your email address will not be published.