କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଅନ୍ତର୍ଗତ ତଳଗୁମାଣ୍ଡି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଁ ର ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ମାଟି ତଳେ ପୋତି ଦିଆଯାଇଥିବା ଅଭିଯୋଗ ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀଙ୍ଗୁରୁ ତାଡିଙ୍ଗ ।
ସୂଚନା ମୁତାବକ, ଗତକାଲି ସୀଙ୍ଗୁରୁ କୌଣସି କାମରେ ବାହାରକୁ ଯାଇଥିଲେ ଆଉ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କଲାପରେ ଏନେଇ ଥାନାରେ ଅଭିଯୋଗ କରିଥିଲେ । ତେବେ ବିଳମ୍ବିତ ରାତିରେ ସୀଙ୍ଗୁରୁଙ୍କୁ ହତ୍ୟା କରି ପୋତି ଦିଆଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ ।
ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି । ତେବେ ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ତେବେ କିଏ ଓ କାହିଁକି ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲା ଏପର୍ଯ୍ୟନ୍ତ ତା’ର କାରଣ ଅସ୍ପଷ୍ଟ ଥିବାବେଳେ, ତଦନ୍ତ ପରେହିଁ ସମସ୍ତ ଘଟଣାର ସମସ୍ତ ସତ୍ୟାସତ୍ୟ ସାମ୍ନାକୁ ଆସିବ ।
Comments are closed.