ଭୁବନେଶ୍ୱର : ପରଲୋକରେ ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଗତକାଲି ସନ୍ଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଆଜି ଅପରାହ୍ନ ସମୟରେ ଗଞ୍ଜାମ ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ବରିଷ୍ଠ ନେତାଙ୍କ ବିୟୋଗ ପରେ ପରିବାର ଲୋକେ ତାଙ୍କ ଆଖି ଦାନ କରିଥିବା ସୂଚନା ମିଳିଛି। ବଞ୍ଚିଥିବା ବେଳେ ସୂର୍ଯ୍ୟ ଚକ୍ଷୁ ଦାନ କରିବାକୁ କହିଥିଲେ। ମୃତ୍ୟୁ ପରେ ବଡ଼ ପୁଅ ବିପ୍ଳବ ପାତ୍ରଙ୍କ ଅନୁମତି ପରେ ଭୁବନେଶ୍ୱର ପଟିଆରେ ଅବସ୍ଥିତ ଏଲ. ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ ପକ୍ଷରୁ ତାଙ୍କର ଆଖି ସଂଗ୍ରହ ହୋଇଛି । ବର୍ତ୍ତମାନ ଆଖିର ଲେନ୍ସ ଡାକ୍ତରଖାନାରେ ରହିବା ପରେ ପ୍ରକ୍ରିୟା ମୁତାବକ ଏହାକୁ ଅନ୍ୟକୁ ଦାନ କରାଯିବ ବୋଲି ସୂଚନା ମିଳିଛି। ପୂର୍ବରୁ ସୂର୍ଯ୍ୟ ପାତ୍ରଙ୍କ ମାଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କର ଚକ୍ଷୁ ଦ୍ବୟକୁ ଦାନ କରାଯାଇଥିଲା ।
BREAKING NEWS
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
Comments are closed.