Latest Odisha News

ଉତ୍ତରପ୍ରଦେଶର ପୂର୍ବତନ ସିଏମ କଲ୍ୟାଣ ସିଂ ଗୁରୁତର

ଲକ୍ଷ୍ନୌ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏ ନେଇ ହସ୍ପିଟାଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଡାକ୍ତର କହିଛନ୍ତି ଯେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଛି।

ବିଶେଷଜ୍ଞ ପରାମର୍ଶ କ୍ରମେ ତାଙ୍କ ସ୍ବାସ୍ଥ୍ୟ ଉପରେ କଡ଼ା ନଜର ରଖାଯାଇଛି। ଗତ ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଥିଲା।

Comments are closed.