Latest Odisha News

ରାଜ୍ୟସଭା ନିର୍ବାଚନ: ନାମାଙ୍କନ ଭରିଲେ ୪ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ୪ଜଣ ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିଛନ୍ତି । ବିଜେଡିର ୪ ପ୍ରାର୍ଥୀ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି । ବିଧାନସଭା ସଚିବାଳୟ ପରିସରରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଧାୟକ ଓ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ ।

ତେବେ ସଂଖ୍ୟା ନଥିବାରୁ କଂଗ୍ରେସ ଓ ସିପିଏମ ଏହି ନିର୍ବାଚନରୁ ଦୂରେଇ ରହିଛନ୍ତି । ୧୩ ତାରିଖ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ଦିନ । ଆସନ୍ତା ୨୬ ତାରିଖରେ ୧୭ଟି ରାଜ୍ୟର ୫୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ ।

Leave A Reply

Your email address will not be published.