Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଯାଜପୁର: ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୪ ବଖରା ଘର । ଯାଜପୁର ଜିଲ୍ଲା ବରୀ ଥାନା ଅନ୍ତର୍ଗତ କାଇମାଟିଆ ଗାଁରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା । ଗାଁର ବାବନ ସାହୁଙ୍କ ଘରେ ହଠାତ୍ ନିଆଁ ଲାଗି ଥିଲା । ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ହେଁ ବିଫଳ ହୋଇଥିଲେ ଗ୍ରାମବାସୀ ।

ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର କର୍ମଚାରୀ ନିଆଁକୁ ଆୟତ୍ତ କରିଥିଲେ । କିନ୍ତୁ ସେତେବେଳକୁ ୪ ବଖରା ଘର ସମ୍ପୂର୍ଣ୍ଣ ଭସ୍ମ ହୋଇ ଯାଇଥିଲା । ଅଗ୍ନିକାଣ୍ଡରେ ଘରେ ଥିବା ଧାନ, ଚାଉଳ, ଲୁଗାପଟା, ସମସ୍ତ ଆସବାବପତ୍ର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇ ଯାଇଛି ।

Leave A Reply

Your email address will not be published.