Latest Odisha News

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ପୋଲିସ ନିକଟରେ ୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ମଧ୍ୟ ଅଛନ୍ତି । ଏମାନଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା ।

ବସ୍ତର ପୋଲିସ ଅଧିକ୍ଷକ ଶଲଭ କୁମାର ସିହ୍ନା, ସିଆରପିଏଫ କମାଣ୍ଡାଣ୍ଟ ଜିତେନ୍ଦ୍ର କୁମାରଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି । ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ହେଲେ କରିଆ ପୋୟାମ, ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, ଓ ଫୁଲମତି ଗୀର୍ଜା ।

ସରକାରଙ୍କ ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହୋଇ ଏମାନେ ମୁଖ୍ୟସ୍ରୋତରେ ସାମିଲ ହୋଇଥିବା କହିଛନ୍ତି । ସରକାରୀ ନୀତି ନିୟମ ଅନୁଯାୟୀ ସମସ୍ତଙ୍କୁ ଥଇଥାନ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.