Latest Odisha News

BREAKING NEWS

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହୋଇପାରେ କରୋନା ଟେଷ୍ଟ !

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ରାଜଭବନର ୪ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ଜାଣାପଡିବା ପରେ ଆଗୁଆ ପଦକ୍ଷେପ ଭାବେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କର କରୋନା ଟେଷ୍ଟ କରାଯାଇପାରେ । ଏଥିପାଇଁ ଅନୁମତି ମଗାଯାଇଥିବା ଆନ୍ଧ୍ରପ୍ରଦେଶ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । କରୋନା ଆକ୍ରାନ୍ତ ହୋଇଥିବା ୪ କର୍ମଚାରୀଙ୍କ ମଧ୍ୟରେ ଅଛନ୍ତି ରାଜ୍ୟପାଳଙ୍କ ମୁଖ୍ୟ ସୁରକ୍ଷା ଅଧିକାରୀ, ରାଜଭବନ ମେଡିକାଲର ଜଣେ ଷ୍ଟାଫ ନର୍ସ, ଜଣେ ହାଉସ୍ କିପିଂ ଷ୍ଟାଫ ଓ ଅନ୍ୟ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାର । ତେବେ ଏହି ଆକ୍ରାନ୍ତମାନଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନଥିବାରୁ ଓ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ସିଧାସଳଖ ଆସିନଥିବାରୁ ସକରକାରଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତି କରାଯାଇଛି । କର୍ମଚାରୀ ସଂକ୍ରମିତ ‌ହୋଇଥିବା ଘଟଣା ଜଣାପଡ଼ିବା ପରେ ରାଜ୍ୟପାଳଙ୍କ ସରକାରୀ ବାସଭବନ, ରାଜଭବନରେ ବିଶୋଧନ ଅଭିଯାନ ଆରମ୍ଭ ହୋଇଛି।

Leave A Reply

Your email address will not be published.