Latest Odisha News

BREAKING NEWS

ଏହି ତାରିଖରେ ଆସିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା…

ଭୁବନେଶ୍ଵର: ଡିସେମ୍ବର ୨୫ ତାରିଖରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏବେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଯାଞ୍ଚ ଚାଲିଛି । ଏନେଇ ବିସ୍ତୃତ ତଥ୍ୟ ଦେଲା ସୂଚନା ଓ ଲୋକସଂପର୍କ ବିଭାଗ । ଡିସେମ୍ବର ୬ ସୁଦ୍ଧା ପ୍ରକାଶ ପାଇବ ଯୋଗ୍ୟ ଅଯୋଗ୍ୟ ତାଲିକା । ବ୍ଲକ, ସହରାଞ୍ଚଳ, ମହାନଗରନିଗମ ସ୍ତରରେ ପ୍ରକାଶ ପାଇବ ତାଲିକା । ଏହାପରେ ଆଉ ୭ ଦିନ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ କରାଯିବ ବୋଲି କହିଛି ସୂଚନା ଓ ଲୋକସଂପର୍କ ବିଭାଗ ।

ଆସନ୍ତା ଡିସେମ୍ବର ୨୫ ତାରିଖରେ ସୁଭଦ୍ରା ଟଙ୍କା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ ଅଦ୍ୟାବଧି ସହାୟତା ପାଇପାରିନଥିବା ଦରଖାସ୍ତକାରୀଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି । ତେବେ ଡିସେମ୍ବର ୨୫ ତାରିଖରେ ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବା ନେଇ ପୂର୍ବରୁ ଘୋଷଣା କରିଥିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାୱାରୀ ଯାଞ୍ଚ ଆରମ୍ଭ ହୋଇଛି। ଯେଉଁ ସ୍ଥାନ ଗୁଡ଼ିକରେ କମ ପଞ୍ଜିକରଣ ହୋଇଛି ସେହି ସ୍ଥାନକୁ ସରକାର ଫୋକସରେ ରଖିଛନ୍ତି। ଏହା ବ୍ୟତୀତ ଯେଉଁ ସବୁ ଜିଲ୍ଳାରେ ଅଧିକ ଆବେଦନ ଖାରଜ ହୋଇଛି, ସେହି ସ୍ଥାନଗୁଡ଼ିକରେ ସିଡିପିଓଙ୍କ ତତ୍ତ୍ୱାବଧାନରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି। ସେପଟେ ଆବେଦନ ଖାରଜ ହୋଇଥିବା ହିତାଧିକାରୀଙ୍କ ଅସନ୍ତୋଷ ପ୍ରକାଶ କରିବା ପରେ ସରକାର ସତର୍କ ହୋଇଛନ୍ତି।

ସୂଚନାଯୋଗ୍ୟ, ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିଥିଲା ।  ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ସରକାର ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପଠାଇ ସାରିଛନ୍ତି । ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ୮୦ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି । ଆହୁରି ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଯୋଜନାରୁ ଉପକୃତ ହେବାକୁ ଆଶା ରଖିଛନ୍ତି।

Comments are closed.