କେନ୍ଦୁଝର : ଘଷିପୁରା ଥାନା ଇନ୍ଦୁପୁରା ଗାଁରେ ଅଭାବନୀୟ ଘଟଣା । ଫ୍ରି ଫାୟାର ଗେମ୍ ନେଲା ଜଣେ ଛାତ୍ରର ଜୀବନ । ମୃତ ଛାତ୍ର ଜଣକ ହେଲେ ଆନନ୍ଦପୁର ଆର୍ଦଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ସୌମ୍ୟରଞ୍ଜନ ଜେନା । ସୌମ୍ୟ ଆଜି ମୋବାଇଲରେ ଫ୍ରି ଫାୟାର ଗେମ୍ ଖେଳିବାକୁ ମା’ଙ୍କୁ ମୋବାଇଲ୍ ମାଗିଥିଲେ । ହେଲେ ପରୀକ୍ଷା ଥିବାରୁ ମୋବାଇଲ ଦେବାକୁ ମନା କରିଥିଲେ ମା’ । ଏଥିରେ ରାଗି ଯାଇ ସୌମ୍ୟ ଛାତ ଉପରେ ବେକରେ ରଶି ଲଗାଇ ଦେଇଥିଲେ । ପରିବାର ଲୋକ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାକୁ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଖବର ଜଣାପଡିବା ପରେ ଆନନ୍ଦପୁର ଆଦର୍ଶ ବିଦ୍ୟାଳୟରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ।
BREAKING NEWS
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
Comments are closed.