Latest Odisha News

BREAKING NEWS

ପରଲୋକରେ ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସ

ଭୁବନେଶ୍ୱର: ସମାଜସେବୀ ତଥା ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କର ବୁଧବାର ଦିନ ସିଜନଗର ବାସଭବନରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା ।

ସ୍ୱର୍ଗତ ଦାସ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତାରେ ପୀଡ଼ିତ ରହିଥିଲେ । ତାଙ୍କର ଗୋଟିଏ ପୁଅ ଓ ଝିଅ ରହିଥିବା ବେଳେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର ରାଜ୍ୟ ସମ୍ମାନର ସହିତ ସମ୍ପନ୍ନ ହୋଇଛି ।

ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.