Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଫ୍ରାନ୍ସ ରାଷ୍ଟ୍ରଦୂତ 

ଭୁବନେଶ୍ୱର: ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଥିଏରୀ ମାଥୌ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ଅବସରରେ ଓଡ଼ିଶା ଏବଂ ଫ୍ରାନ୍ସର ମଧ୍ୟରେ ଦୃଢ ସମ୍ପର୍କ ସ୍ଥାପନ ନେଇ ଆଲୋଚନା କରିଛନ୍ତି।

ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ପରିକଳ୍ପନାରେ ଓଡ଼ିଶାର ବିକାଶ ଏବଂ ଏହା ସହିତ ଓଡ଼ିଶାରେ ନିବେଶ, ଶିକ୍ଷା, ପର୍ଯ୍ୟଟନ ଓ ଅନ୍ୟାନ୍ୟ କ୍ଷେତ୍ରରେ ସୁଯୋଗ ସମ୍ପର୍କରେ ଆଲୋଚନା ହୋଇଥିଲା।

ସୂଚନା ଅନୁଯାୟୀ, ଫ୍ରାନ୍ସ ଓ ଭାରତର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ, ଓଡ଼ିଶା କିପରି ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ ସେ ସମ୍ପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

 

Comments are closed.