Latest Odisha News

ଲଘୁଚାପ ସକ୍ରିୟ, ୨୪ ଘଣ୍ଟାରେ ଅବପାତ ସମ୍ଭାବନା; ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବନ୍ୟା ପ୍ରକୋପ ଥମିନି । ଏପଟେ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଆଉ ଏକ ଲଘୁଚାପ । ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଂଲାଦେଶ ଏବଂ ମିଆଁମାର ଉପକୂଳରେ ଏକ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପ ଏବଂ ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । କ୍ରମଶଋ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।

ପ୍ରଭାବରେ ଉପକୁଳ ସମେତ ପାର୍ଶ୍ଵବର୍ତ୍ତୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।

୧୯ ତାରିଖରେ ଉପକୁଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

Leave A Reply

Your email address will not be published.