Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ ! ୨୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ସାଗରରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି । ୨୪ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ଯାଏ ବର୍ଷା ଜାରି ରହିବ । ୨୫ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଆଜି ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆସନ୍ତାକାଲି ୨୩ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ଆଲର୍ଟ କରାଯାଇଛି । ୨୪ରେ ଗଜପତି, ଗଞ୍ଜାମ, ପୁରୀ. ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୨୫ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୨୬ ତାରିଖରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

Leave A Reply

Your email address will not be published.