Latest Odisha News

BREAKING NEWS

ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର:କାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର : ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷିବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ପାଇଁ ୩  ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ । ଏହି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲା ଭଦ୍ରକ, କଟକ, ଜାଜପୁର, ପୁରୀ, ଖୋର୍ଦ୍ଧାର୍, ଅନଗୁଳ, ଦେବଗଡ, ବାଲେଶ୍ୱର, ଜଗତସିଂପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ, କଳାହାଣ୍ଡି ଓ କନ୍ଧମାଳ ।

ସେହିପରି ୩୧ ତାରିଖ ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ, ଢେଙ୍କାନାଳ, କଟକ, ଅନଗୁଳ, ଜଗତସିଂହପୁର  ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧ ତାରିଖ ୧ ତାରିଖ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଅନଗୁଳ, ବରଗଡ, ସମ୍ବଲପୁର, ବଲାଙ୍ଗିର, କଳାହାଣ୍ଡି, ଜାଜପୁର, ଭଦ୍ରକ ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.