Latest Odisha News

ପୁଣି ଲଘୁଚାପ; ଜାଣନ୍ତୁ କେଉଁଠି ରହିବ ପ୍ରଭାବ….

ଭୁବନେଶ୍ବର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ସୁଦ୍ଧା  ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଯଇ ହେବାର ସମ୍ଭାବନର ରହିଥିବା ବେଳେ ଳହାର ପ୍ରଭାବରେ ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରିବ । ଏଡ଼େଇ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି ପାଣିପାଜ ବିଜ୍ଞାନୀ ଉମାଶଙ୍କର ଦାସ ।

ସେପଟେ ଆଜି କିଛି କିଛି ସ୍ଥାନରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ମାଳକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.