Latest Odisha News

BREAKING NEWS

ଆସନ୍ତା ୩ରୁ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଭିଜିବ ଓଡ଼ିଶା । ଜୁଲାଇ ୩ରୁ ହେବ ପ୍ରବଳ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ । ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୩ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୪ ତାରିଖରେ ବର୍ଷାର ପରିମାଣ ବଢ଼ିବ । ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.