ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।…