ଭୂବନେଶ୍ବର : ଖରାଛୁଟି ପରେ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ । କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବ । ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଏନେଇ ବିଶ୍ବବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ପ୍ରିନ୍ସିପାଲମାନଙ୍କୁ ଚଠି ଲେଖି ଅବଗତ କରାଇଛନ୍ତି ।
ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ । ଗ୍ରୀଷ୍ମ ଛୁଟି ସରିବା ପରେ ଜୁନ୍ ପହିଲାରୁ ଆରମ୍ଭ ହେବ ପାଠପଢ଼ା । ୨୦୨୧ ଏପ୍ରିଲ ୧୬ ତାରିଖରେ ବିଭାଗ ପକ୍ଷରୁ ଜାରି ହୋଇଥିବା କୋଭିଡ୍ ଗାଇଡଲାଇନ୍ ଅନୁସାରେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପାଠପଢ଼ା ହେବ । ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।
Comments are closed.