Latest Odisha News

BREAKING NEWS

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ତୁଳନାରେ ବଢୁଛି ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୪୮ଟି ସ୍ଥାନୀୟ ମାମଲା ରହିଛି ।

 

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୯୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୯,୫୮୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୮୯୯ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୮,୪୮୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୭୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.