Latest Odisha News

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା, ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା। ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଭିଯୁକ୍ତଙ୍କ ପ୍ରତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ନିର୍ଦ୍ଦେଶ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ।

ଅନ୍ୟପଟେ ଏହି ମାମଲାରେ ୧୦ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ, ଏଥିରେ ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି । ଜାତୀୟ ମହିଳା କମିଶନ ମାମଲାରେ ଉଦବେଗ ପ୍ରକାଶ କରିବା ସହ ନିଜ ଆଡୁ ଏକ ମାମଲା ରୁଜୁ କରିଛନ୍ତି ।

ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲା ସହିତ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି କରାଯାଇଛି । ପୀଡିତାଙ୍କୁ ଠିକ୍‌ ସମୟରେ ନ୍ୟାୟ ଦିଆଯାଉ, ମାଗଣା ଚିକିତ୍ସା ଓ ମାନସିକ ସହଯୋଗ କରାଯିବା ସହ ଆସନ୍ତା ୩ ଦିନ ଭିତରେ କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.