Latest Odisha News

BREAKING NEWS

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା: ଓଟିଭି ଏମ୍‌ଡିଙ୍କ ସମେତ ୪ଜଣଙ୍କୁ ନୋଟିସ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଓଟିଭି ଏମ୍‌ଡି ଜଗି ମଙ୍ଗତ ପଣ୍ଡାଙ୍କୁ ନୋଟିସ । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତାଙ୍କୁ ନୋଟିସ ଜାରି କରିଛନ୍ତି । ଏଥିସହ କ୍ରାଇମବ୍ରାଞ୍ଚ ତଦନ୍ତକାରୀ ଅଫିସର, ଅଭିଯୋଗକାରିଣୀ ଓ ଭୁବନେଶ୍ୱର ଡିସିପିଙ୍କୁ ମଧ୍ୟ ନୋଟିସ ଜାରି କରାଯାଇଛି ।

ଆସନ୍ତା ୧୮ ତାରିଖରେ ରାଜ୍ୟ ଶିଶୁ ଅଧିକାର ଆୟୋଗରେ ଭୁବନେଶ୍ୱର ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣି ହେବ । ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ଶୁଣାଣି ହେବ । ଏ ନେଇ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.