ପୋଲସରା: ଗଂଜାମ ଜିଲ୍ଲା ପୋଲସରାରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ପଜେଟିଭଙ୍କ ସଂଖ୍ୟା । ପୋଲସରା ଅଞ୍ଚଳରେ ୩ ଜଣ କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ପ୍ରକାଶ ପାଇଛି । ଏଭଳି ସ୍ଥିତିକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ପୋଲସରା ଗସ୍ତରେ ଆସିଥିଲେ। ଅମାନିଆଙ୍କ ପାଇଁ ଆହୁରି କଟକଣା କଡାକଡି କରିଛନ୍ତି ଜିଲ୍ଲାପାଳ । ବିଭିନ୍ନ ଦିଗ ପ୍ରତି ଆଙ୍କୁଶ ଲଗାଇବା ସହ ଜାଣିଶୁଣି ଆଇନ୍ ଉଲଘଂନ କରୁଥିବା ଲୋକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କରୋନା ମହାମାରୀର ଏହି ବିପତ୍ତି ସମୟରେ ସ୍ଥାନୀୟ ପ୍ରଶାସନର ବିନା ଅନୁମତିରେ ବାହାଘର ଭୋଜିଭାତ କୁ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ବେଳେ ବାହାଘର କରାଉଥିବା ସଂପୃକ୍ତ ବ୍ରାହ୍ମଣ ମଧ୍ୟ ବନ୍ଧାହୋଇ ଜେଲ ଯିବେ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ପଷ୍ଟ ସୂଚନା ଦେଇଛନ୍ତି ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.