Latest Odisha News

BREAKING NEWS

ଘୁଞ୍ଚିଲା ପଞ୍ଜାବ ନିର୍ବାଚନ ତାରିଖ, ଫେବ୍ରୁଆରୀ ୧୪ ବଦଳରେ ୨୦ରେ ଭୋଟ୍

ନୂଆଦିଲ୍ଲୀ: ଘୁଞ୍ଚିଲା ପଞ୍ଜାବ ନିର୍ବାଚନ ତାରିଖ । ପଞ୍ଜାବ ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଏହି ମତଦାନ ୧୪ ଫେବୃଆରୀରେ ହେବ ବୋଲି କୁହାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହା ଘୁଞ୍ଚି୨୦ ଫେବୃଆରୀରେ ଅନୁଷ୍ଠିତ ହେବ ।

ପଞ୍ଜାବରେ ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ପଞ୍ଜାବ ସରକାର  କେନ୍ଦ୍ର ନିର୍ବାଚନ କମିଶନଙ୍କୁ ଚିଠି ଲେଖିଥିଲେ । ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ଅଧିକାଂଶ ରାଜନୈତିକ ଦଳର ଅନୁରୋଧ କ୍ରମେ ନିର୍ବାଚନ କମିଶନଙ୍କ ବୈଠକ ବସିଥିଲା । ଶେଷରେ ନିର୍ବାଚନ ତାରିଖକୁ ଘୁଞ୍ଚାଇଛନ୍ତି କେନ୍ଦ୍ର ନିର୍ବାଚନ କମିଶନ ।

ପଞ୍ଜାବର ୧୧୭ଟି ଆସନ ଲାଗି ଫେବ୍ରୁଆରୀ ୧୪ରେ ଗୋଟିଏ ପର୍ଯ୍ଯାୟରେ ଭୋଟ କରିବା ଲାଗି ନିର୍ବାଚନ କମିଶନ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଦର୍ଶାଇଥିଲେ ଯେ, ପଞ୍ଜାବ ଜନସଂଖ୍ୟାର ୩୨ ପ୍ରତିଶତ ହେଉଛନ୍ତି ତଫସିଲଭୁକ୍ତ ଜାତି ବର୍ଗର ଲୋକ । ସେମାନେ ଫେବ୍ରୁଆରୀ ୧୦ରୁ ୧୬ ତାରିଖ ପର୍ଯ୍ଯନ୍ତ ଗୁରୁ ରବିଦାସଙ୍କ ଜୟନ୍ତୀ ଲାଗି ଉତ୍ତରପ୍ରଦେଶ ବନାରସକୁ ଯାଇଥାନ୍ତି । ତେଣୁ ୧୪ରେ ହେବାକୁ ଥିବା ନିର୍ବାଚନରେ ସେମାନେ ମତଦାନ କରିବା ଅସୁବିଧା ହେବ ।

ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଚନ୍ନୀ ନିର୍ବାଚନ ଆୟୋଗଙ୍କ ନିକଟକୁ ପତ୍ର ଲେଖିଥିଲେ । ୧୪ ନୁହେଁ ଫେବୃଆରୀ ୨୦ରେ ହିଁ ବିଧାନସଭା ନିର୍ବାଚନ ହେବା ଲାଗି ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ ।

 

Comments are closed, but trackbacks and pingbacks are open.