Latest Odisha News

ନୂଆ ସ୍ଥଳସେନା ମୁଖ୍ୟ ଭାବେ ଦାୟିତ୍ଵ ନେଲେ

ନୂଆଦିଲ୍ଲୀ: ସ୍ଥଳସେନାର ମୁଖ୍ୟ ଭବେ ଦାୟିତ୍ଵ ଗ୍ରହଣ କଲେ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ । ସ୍ଥଳସେନାର ଉପମୁଖ୍ୟ ଥିବା ଉପେନ୍ଦ୍ର ଦ୍ୱିବେଦୀଙ୍କୁ ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ଦେଇଥିଲେ ସରକାର । ଆଜି ପୂର୍ବତନ ସେନା ମୁଖ୍ୟ ମନୋଜ ପାଣ୍ଡେଙ୍କ କାର୍ଯ୍ୟକାଳ ଶେଷ ହେଉଥିବା ବେଳେ ତାଙ୍କ ସ୍ଥାନ ନେଇଛନ୍ତି ଉପେନ୍ଦ୍ର ।

ସୂଚନା ଅନୁସାରେ, ଚଳିତବର୍ଷ ଫେବୃଆରୀ ୧୯ରେ ଉପେନ୍ଦ୍ର ସ୍ଥଳସେନା ଉପମୁଖ୍ୟ ଦାୟିତ୍ୱ ନେଇଥିଲେ । ସେନାରେ ସାହସିକ ଏବଂ ଉତ୍କୃଷ୍ଟ କାର୍ଯ୍ୟ ଲାଗି ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପରମ ବିଶିଷ୍ଟ ସେବା ମେଡାଲ ଓ ଅତି ବିଶିଷ୍ଟ ସେବା ମେଡାଲ ପାଇଛନ୍ତି ।

ସୂଚନାଯୋଗ୍ୟ ଯେ, ମଧ୍ୟପ୍ରଦେଶ ରେୱାସ୍ଥିତ ସୈନିକ ସ୍କୁଲର ଆଲୁମନି ହେଉଛନ୍ତି ଦ୍ୱିବେଦୀ । ୧୯୮୪ରେ ସେ ୧୮ ଜମ୍ମୁ-କଶ୍ମୀର ରାଇଫଲସରେ ଯୋଗଦେଇଥିଲେ । ସେନାରେ ଦୀର୍ଘ ୩୯ ବର୍ଷର କ୍ୟାରିୟର ମଧ୍ୟରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦପଦବିରେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି । ତାଙ୍କର ୪୦ ବର୍ଷର ଚାକିରି କାଳରେ ସେ ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । କମାଣ୍ଡ ଅଫ୍ ରେଜିମେଣ୍ଟ (୧୮ ଜମ୍ମୁ-କଶ୍ମୀର ରାଇଫଲ୍ସ), ବ୍ରିଗେଡ୍ (୨୬ ସେକ୍ଟର ଆସାମ ରାଇଫଲ୍ସ), ଆସାମ ରାଇଫଲ୍ସ (ପୂର୍ବ) ଡିଆଇଜି ମଧ୍ୟ ଥିଲେ ।

Leave A Reply

Your email address will not be published.