ବରଗଡ଼: ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ସଙ୍କଟାପନ୍ନ ଅବସ୍ଥାରେ ଆମ୍ବୁଲାନ୍ସରେ ପଦ୍ମପୁରରୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏକ ସ୍ବତନ୍ତ୍ର ଟିମ୍ ପୀଡ଼ିତାଙ୍କ ଚିକିତ୍ସା ଆରମ୍ଭ କରିଛନ୍ତି। ପୋଲିସ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ରହିଛି।
ତେବେ ବର୍ତ୍ତମାନ ଯାଏଁ କଣ ପାଇଁ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ତାହା ଅସ୍ପଷ୍ଟ ରହିଛି ।
ସୂଚନାଥାଉକି,ଛାତ୍ରୀ ଜଣକ ମାମୁ ଘରେ ରହି ୮ମ ଶ୍ରେଣୀରେ ପାଠ ପଢ଼ୁଥିଲେ । ଆଜି ସକାଳୁ ମାମୁଁ ଘର ନିକଟରେ ଥିବା ଏକ ଖେଳ ପଡ଼ିଆରୁ ତାଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ସ୍ଥାନୀୟ ଲୋକେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ପୋଲିସ ସହାୟତାରେ ଏକ ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ହସପିଟାଲ ନିଆଯାଇଥିଲା ।
ଅନ୍ୟପଟେ ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ପୋଲିସ ତତ୍ପରତା ଦେଖାଇଛି । ୩ ଜଣ IICଙ୍କୁ ନେଇ ତଦନ୍ତ ପାଇଁ ପୋଲିସ ଟିମ୍ ଗଠନ ହୋଇଛି । ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍ପି ଅଭିଳାଷ.ଜି ସୂଚନା ଦେଇଛନ୍ତି ।
Comments are closed.