Latest Odisha News

BREAKING NEWS

ଜୀବନ୍ତ ଜଳିଗଲେ ଯୁବତୀ, ପ୍ରେମିକ ବ୍ଲାକ୍‌ମେଲିଂ କରୁଥିବା ଅଭିଯୋଗ

କେନ୍ଦ୍ରାପଡ଼ା: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ। ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା ଜଣାପଡିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସେ ନିଜେ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ଜୀବନ ହାରିବା ପାଇଁ କହିଛି ସେନେଇ ମଧ୍ୟ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି। ଘରେ କେହି ନଥିବା ସମୟରେ ଏହି ଘଟଣା ହୋଇଛି।

ପ୍ରେମିକ ଜଣଙ୍କ ଛାତ୍ରୀଙ୍କ ଅଶ୍ଳୀଳ ଫୋଟ ଭାଇରାଲ କରିଥିବା ନେଇ ଅଭିଯୋଗ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୋଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

Comments are closed.