ଭୁବନେଶ୍ଵର: ଅଶ୍ବ ବେଗରେ ଦୌଡୁଛି ସୁନା ଦର । ସୁନାର ବର୍ଦ୍ଧିତ ଦର ଦେଖି ଛାନିଆ ହେଲେଣି ଗ୍ରାହକ । ୧୦ ଗ୍ରାମକୁ ୧୦ ହଜାରରେ ବିକ୍ରି ହେଉଥିବା ସୁନା ଏବେ ଲକ୍ଷେ ପାର କରିବାକୁ ବସିଲାଣି । ଯାହାକୁ ନେଇ ମୁଣ୍ଡରେ ହାତ ଦେଲେଣି ଗ୍ରାହକ ଓ ବ୍ୟବସାୟୀ । ଅତିଶୀଘ୍ର ସୁନାଦର ୯୦ ହଜାର ଅତିକ୍ରମ କରିବା ଆଶଙ୍କା ପ୍ରକାଶ ପାଇଛି । ସାରା ବିଶ୍ବରେ ବଢ଼ି ବଢ଼ି ଚାଲିଛି ସୁନା ଦର। ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ମୂଲ୍ୟ।
୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୮ ହଜାର ପାର କଲାଣି। ଆଗକୁ ସୁନା ଦର ୯୦ ହଜାର ଅତିକ୍ରମ କରିବା ଆଶଙ୍କା କରାଯାଉଛି। ନୂଆ ଦିଲ୍ଲୀରେ ଏବେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ୮୮ହଜାର ୫୦୦ ଟଙ୍କାରେ ପହଞ୍ଚିଲାଣି। ଭୁବନେଶ୍ବରରେ ଏବେ ୮୭ ହଜାର ୯୩୦ ଟଙ୍କା ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ସୁନାର ଆଉନ୍ସ ପିଛା ଦର ରେକର୍ଡ ୨୯୦୦ ଡଲାରରେ ପହଞ୍ଚିଛି। ଇସ୍ପାତ ଓ ଆଲୁମିନିୟମ୍ ଉପରେ ୨୫ ପ୍ରତିଶତ ଟିକସ ଲଗାଇବାକୁ ଟ୍ରମ୍ପ ଘୋଷଣା କରିବା ପରଠାରୁ ସୁନା ମୂଲ୍ୟ ବଢିବାରେ ଲାଗିଛି। ଦାମ୍ ବଢ଼ିଛି। ଗୋଟିଏ ପଟେ ଟ୍ରମ୍ପଙ୍କ ଶୁଳ୍କ ପ୍ରହାର ଜାରି ରହିଥିବା ବେଳେ ଅନ୍ୟପଟେ ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେଉଥିବାରୁ ସୁନା ଆମଦାନି ମହଙ୍ଗା ହୋଇଛି।
ସୁନା କିଣିବା ବେଳେ ସୁନାର ଶୁଦ୍ଧତା କିପରି ଜାଣିବେ ?
ସୁନାର ଶୁଦ୍ଧତା ଜାଣିବା ପାଇଁ ISO (ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ ଅର୍ଗାନାଇଜେସନ୍) ଦ୍ୱାରା ହଲ୍ ମାର୍କ ଦିଆଯାଏ । ୨୪ କ୍ୟାରେଟ୍ ସୁନା ଅଳଙ୍କାର ଉପରେ ୯୯୯, ୨୩ କ୍ୟାରେଟ୍ ଉପରେ ୯୮୫, ୨୨ କ୍ୟାରେଟ୍ ଉପରେ ୯୧୬, ୨୧ କ୍ୟାରେଟ୍ ଉପରେ ୮୭୫ ଏବଂ ୧୮ କ୍ୟାରେଟ୍ ଉପରେ ୭୫୦ ଲେଖାଯାଇଛି । ପ୍ରାୟତଃ ସୁନା ୨୨ କ୍ୟାରେଟରେ ବିକ୍ରି ହେଉଥିବାବେଳେ କିଛି ଲୋକ ୧୮ କ୍ୟାରେଟ୍ ମଧ୍ୟ ବ୍ୟବହାର କରନ୍ତି । କ୍ୟାରେଟ୍ ୨୪ ରୁ ଅଧିକ ନୁହେଁ । କ୍ୟାରେଟ୍ ଯେତେ ଅଧିକ, ସୁନା ସେତେ ଶୁଦ୍ଧ ହୋଇଥାଏ ।
Comments are closed.