Latest Odisha News

ଆଦିବାସୀଙ୍କୁ ବଡ ଉପହାର; ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି । ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ ।

ଏହାଦ୍ୱାରା ଆଦିବାସୀ ଭାଇଭଉଣୀ ଅତି ସହଜରେ ନିଜ ଭାଷା ପ୍ରୟୋଗ କରି ଡିଜିଟାଲ ପ୍ଲାଟଫର୍ମରେ ନିଜର ଭାବନାକୁ ପରିପ୍ରକାଶ କରିପାରିବେ । କାରଣ ଆମେ ମାନେ ସାଧାରଣତଃ ଫୋନ୍, ୱେବ୍, କମ୍ପ୍ୟୁଟର ଆଦିରେ ଓଡ଼ିଆ,ହିନ୍ଦୀ, ଇଂରାଜୀ, ସ୍ପେନ ଆଦି ଭାଷା ବ୍ୟବହାର କରିଥାଉ। ମାତ୍ର ଆଦିବାସୀମାନେ ନିଜ ଭାବନା ପରିପ୍ରକାଶ କରିବା ନିମନ୍ତେ ସାନ୍ତାଳୀ ଭାଷାର ବ୍ୟବହାର କରିଥାନ୍ତି ।

ଡିଜିଟାଲ ପ୍ଲାଟଫର୍ମରେ ଏହି ଭାଷା ଉପଲବ୍ଧ ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ ଆଦିବାସୀ ସମ୍ପ୍ରଦାୟ ଲୋକେ । ଆଉ ରାଜ୍ୟ ସରକାରଙ୍କର ଏହି ସ୍ବାଗତଯୋଗ୍ୟ ପଦକ୍ଷେପ ଯୋଗୁଁ ଆଦିବାସୀ ସମ୍ପ୍ରଦାୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ।

Leave A Reply

Your email address will not be published.