ଭୁବନେଶ୍ୱର: ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ ଯୋଗୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ନେଇଛି । ତତ୍କାଳ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଥିବା ନେଇ ନିର୍ଦ୍ଦେଶନାମ ଜାରି କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।
ତେବେ ଏସମ୍ପର୍କରେ ପ୍ରଦୀପଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ । ଗତ କିଛି ଦିନ ହେବ ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ଚର୍ଚ୍ଚା ଲାଗି ରହିଥିଲା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ଆଇଏଫଏସ୍ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ସହ ତାଙ୍କର ସମ୍ପର୍କକୁ ନେଇ ମିଡିଆରେ ଚର୍ଚ୍ଚା ହେଉଛି । ଆଉ କିଛି ଦିନ ପରେ ଆକାଶଙ୍କ ସହ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କର ବାହାଘର ହେବାର ଥିଲା ।
ଏବେ ଭିଜିଲାନ୍ସ ଏସଆଇଟି ଅଭୟକାନ୍ତଙ୍କ ସମ୍ପର୍କୀୟଙ୍କୁ ଜେରା ପାଇଁ ଡାକିବ ବୋଲି କହିଛି । ଚର୍ଚ୍ଚା ହେଉଛି, ସମ୍ପର୍କୀୟଙ୍କ ଭିତରେ ଆସିବେ କି ପ୍ରଦୀପ ପାଣିଗ୍ରାହୀ । କାରଣ ତାଙ୍କର ଅଭୟକାନ୍ତଙ୍କ ପୁଅ ସହ ବାହାଘର ହେବାର ଥିଲା । ଏଭଳି ଚର୍ଚ୍ଚା ଭିତରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଜନ ବିରୋଧୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ପ୍ରଦୀପ ପାଣିଗ୍ରାହୀ ଗୋପାଳପୁରର ବିଧାୟକ ଅଛନ୍ତି । ସେ ନବୀନ ସରକାରରେ ପୂର୍ବରୁ ମନ୍ତ୍ରୀ ଥିଲେ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.