Latest Odisha News

ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ କଲେ ବିଶ୍ଵ ରେକର୍ଡ 

ଭୁବନେଶ୍ୱର: ଓଡ଼ିଶାର ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସୃଷ୍ଟି କଲେ ବିଶ୍ୱ ରେକର୍ଡ । ପ୍ରଥମ ବିଶ୍ୱ ଓଡି଼ଆ ଭାଷା ସମ୍ମିଳନୀ ଉଦ୍ଦେଶ୍ୟରେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀମାନେ ସାହିତ୍ୟ ସୃଜନୀ କ୍ଲବ ମାଧ୍ୟମରେ ‘ମୋ କଥା ମୋ କହାଣୀ’ ପୁସ୍ତକ ରଚନା କରିଥିଲେ । ଆଜି ଏହି ପୁସ୍ତକର ତଥ୍ୟକୁ ଫେସବୁକରେ ଏକ ଘଣ୍ଟା ମଧ୍ୟରେ ଅପଲୋଡ୍ କରି ଗିନିଜ ବୁକ ଅଫ୍ ୱାର୍ଲ୍ଡ ରେକର୍ଡ ସୃଷ୍ଟି କରିଛନ୍ତି ।

ଛାତ୍ରଛାତ୍ରୀଙ୍କ ଭାଷା ସାହିତ୍ୟ ଓ ସୃଜନଶୀଳତାର ବିକାଶ ପାଇଁ ସାହାଯ୍ୟ ସୃଜନୀ ଶିକ୍ଷାର୍ଥୀ କ୍ଲବ୍ ମାଧ୍ୟମରେ ବିଦ୍ୟାଳୟସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ, ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସୃଜନାତ୍ମକ ଗଳ୍ପ ଏବଂ କବିତା ଆଦି ରଚନା କରୁଥିଲେ । ଫେବୃଆରୀ ୨ ତାରିଖ, ଶୁକ୍ରବାର ଦିନ ୧୨ଟାରୁ ୧ଟା ମଧ୍ୟରେ ଏହି ପୁସ୍ତକର ତଥ୍ୟକୁ ଫେସବୁକରେ ଅପଲୋର୍ଡ କରି ଗିନିଜ ବୁକ ଅଫ୍ ୱାଲ୍ଡ ରେକର୍ଡ଼ ସୃଷ୍ଟି କରିଛନ୍ତି । ମାତ୍ର ଏକ ଘଣ୍ଟା ମଧ୍ୟରେ ଓଡି଼ଶାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରାମାନେ ସର୍ବାଧିକ ପୁସ୍ତକର ତଥ୍ୟ ଅପଲୋଡ କରିଛନ୍ତି । ପୂର୍ବ ରେକର୍ଡଠାରୁ ୪ଗୁଣା ଅଧିକ ସଂଖ୍ୟାରେ ଏହି ରେକର୍ଡ଼ ଭଙ୍ଗିଛନ୍ତି ଛାତ୍ରଛାତ୍ରୀ।

ପୂର୍ବରୁ ୫୪୦୮ଟି ପୁସ୍ତକର ତଥ୍ୟ ୧ ନଭେମ୍ବର ୨୦୨୧ ରେ ଅନଲାଇନରେ ଅପଲୋଡ କରି ନମାମୀ ଗଙ୍ଗେ ଏହି ରେକର୍ଡ ସୃଷ୍ଟି କରିଥିବା ବେଳେ ଓଡ଼ିଶାର ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମୋ ସ୍କୁଲ ଉଦ୍ୟମରେ ଏହି ରେକର୍ଡ ଭାଙ୍ଗିବାରେ ସକ୍ଷମ ହୋଇଛନ୍ତି।

 

 

Comments are closed.