Latest Odisha News

ଚୁକ୍ତିଭିତ୍ତିରେ ନିୟୋଜିତ ବ୍ୟକ୍ତିଙ୍କ ପାଇଁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି, ୨୫% ବଢ଼ିବ ପାରିଶ୍ରମିକ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିଙ୍କ ବଢ଼ିବ ପାରିଶ୍ରମିକ । ୨୫ ପ୍ରତିଶତ ପାରିଶ୍ରମିକ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ।

ଆଉଟସୋର୍ସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତିଙ୍କ ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ । ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାଛଡ଼ା ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.